26.1 C
Bhubaneswar
Friday, March 27, 2026
Homeଓଡିଶା୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ; ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ; ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗର ସହ ମିଆଁମାର ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ୪ ତାରିଖ ବେଳକୁ ଲଘୁଚାପ ରୂପ ନେଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବାବେଳେ ଅଧିକ ଘନୀଭୂତ ହେବା କିମ୍ବା ବାତ୍ୟା ସମ୍ଭାବନା ନ ଥିବା ଆଇଏମ୍‌ଡି ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବର୍ଷା ପରିମାଣ ବଢିପାରେ।

ଚଳିତ ବର୍ଷ ଶୀତ ପଡ଼ିବାକୁ ନେଇ ଶ୍ରୀ ମହାପାତ୍ର କହିଛନ୍ତି, ବର୍ତ୍ତମାନ ଏଲ୍‌-ନିନୋ ସକ୍ରିୟ ନାହିଁ। ଏବେ ତାପମାତ୍ରା ୦.୫ଡିଗ୍ରୀ ସେଲ୍‌ସିୟସ୍‌ ବିଯୁକ୍ତାତ୍ମକ ରହିଛି। ପ୍ରଶାନ୍ତ ମହାସାଗରରେ ନ୍ୟୁଟ୍ରାଲ୍‌ ଏଲ୍‌-ନିନୋ ରହିଛି, ତେଣୁ ଅନୁମାନ କରାଯାଉଛି ଅକ୍ଟୋବର ଓ ନଭେମ୍ୱରରେ ଲା-ନିନା ଅବସ୍ଥାକୁ ଆସିବା ସମ୍ଭାବନା ରହିଛି। ଲା-ନିନା ଅବସ୍ଥାକୁ ଯେତେବେଳେ ଆସିଯାଏ ସେତେବେଳେ ସାଧାରଣତଃ ଉତ୍ତର ଭାରତରେ ତାପମାତ୍ରା କମ୍‌ ରହିଥାଏ; କିନ୍ତୁ ସାଧାରଣତଃ ଲା-ନିନା ବର୍ଷରେ ତାପମାତ୍ରା କମ୍‌ ରହିଥିବା ଦେଖାଯାଇଛି। ଏହାଦ୍ବାରା ଅଧିକ ଥଣ୍ଡା ଅନୁଭୂତ ହୋଇଥାଏ। ଅକ୍ଟୋବର ଓ ନଭେମ୍ୱରରେ ଗୋଟିଏ ଦୁର୍ବଳ ଏଲ-ନିନୋ ଅବସ୍ଥାକୁ ଆସି ତାହା ଧୀରେଧୀରେ ସକ୍ରିୟ ହେବ। ଏହା କିଭଳି ସକ୍ରିୟ ହେବ ତାହାର ଅନୁଧ୍ୟାନ ପରେ କେତେ ପରିମାଣରେ ଥଣ୍ଡା ବଢ଼ିବ ତାହା କହିହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking