28.1 C
Bhubaneswar
Wednesday, April 1, 2026
Homeଦେଶ ବିଦେଶଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ!

ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ!

ନୂଆଦିଲ୍ଲୀ: ଆସୁଛି ବର୍ଷା । ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସକ୍ରିୟ ଘୁଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ପୂର୍ବ କେନ୍ଦ୍ରୀୟ ଆରବସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର କଣ୍ଣାଟକ  ଅଞ୍ଚଳରେ ସକ୍ରିୟ ରହିଛି ଘୁଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ସମାନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ । ପରେ ଅଧିକ ଘନୀଭୁତ ହେବା ସହିତ  ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ଦେଇଛି ପାଣିପାଗ ବିଭାଗ ।

ସେପଟେ କେରଳ ଛୁଇଁବ ମୌସୁମୀ। ଏଥିପାଇଁ ପାଗ ଅନୁକୂଳ ହେଉଛି। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି। ଫଳରେ ଏଥର ଶୀଘ୍ର ମୌସୁମୀ ଆସିବା ଆକଳନ ସତ ହେଉଛି। ସାଧାରଣତଃ ଜୁନ୍ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। କିନ୍ତୁ ଏଥର କେରଳ ମୌସୁମୀ ସଅଳ ଆସିଲେ ଓଡ଼ିଶା ବି ଶୀଘ୍ର ଆସିବ ବୋଲି ଆକଳନ କରାଯାଉଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ା ଜିଲ୍ଲାରେ ସର୍ବାଧିକ ୫୫.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାଜ୍ୟର ଆଉ ୪ରୁ ଅଧିକ ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ଼ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking