21.1 C
Bhubaneswar
Wednesday, January 14, 2026
Homeଓଡିଶାଆସୁଛି ଲଘୁଚାପ !

ଆସୁଛି ଲଘୁଚାପ !

ଭୁବନେଶ୍ୱର: ଶୀତ ଦିନେ ଲଘୁଚାପ ସମ୍ଭାବନା। ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପ ସୃଷ୍ଟି ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହେବ। ୨୪ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବ ଅବପାତ। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଏହା ଆନ୍ଧ୍ର ଉପକୂଳ ଆଡକୁ ଗତି କରିପାରେ। ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଏବଂ ଉପକୂଳବର୍ତ୍ତୀ ଜ଼ିଲ୍ଲାମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟରେ ବର୍ଷାର ପରିମାଣ କେତେ ରହିବ ସନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଜାରି କରାଯାଇନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking