ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ। ଆସନ୍ତା ୧୩ ତାରିଖରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇପାରେ ବର୍ଷା। ବର୍ଷା, ପବନ ସହ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଅଧିକ। ୧୨ ଓ ୧୩ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।










