ଭୁବନେଶ୍ୱର: ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ୨୪ ତାରଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । ଏହାସହିତ ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ପ୍ରବଳ ବର୍ଷା ପାଇଁ ଶୁକ୍ରବାର ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶନିବାର ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ବର୍ଷା ହେବ । ୧୯ ତାରିଖରେ ରାୟଗଡା, କୋରାପୁଟୁ, କଳାହାଣ୍ଡି, କନ୍ଧମାଳ ଓ ଗଜପତିକିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭବନା ରହିଛି ।









