30.1 C
Bhubaneswar
Friday, June 6, 2025
Homeଓଡିଶାରାଜ୍ୟରେ ଲଘୁଚାପ ବର୍ଷା; ଆଗାମୀ ୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଲଘୁଚାପ ବର୍ଷା; ଆଗାମୀ ୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗି ରହିବ। ଆଜି ସନ୍ଧ୍ୟା ୫ଟା ସୁଦ୍ଧା ଅର୍ଥାତ ଆଗାମୀ ୩ ଘଣ୍ଟା ମଧ୍ୟରେ କଟକ ଓ ଖୋର୍ଦ୍ଧା ସମେତ ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭାରତୀୟ ପାଣିପାଗ ବିଭାଗ।

ଆସନ୍ତା ତିନି ଘଣ୍ଟା ମଧ୍ୟରେ ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ପୁରୀ। ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ଆଇଏମଡି ପକ୍ଷରୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking