28.1 C
Bhubaneswar
Sunday, September 8, 2024
Homeଓଡିଶାଲଘୁଚାପ ଅବପାତରେ ପରିଣତ, ୨୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ଅବପାତରେ ପରିଣତ, ୨୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଓ ଏହାସହ ଲାଗି ରହିଥିବା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇଛି ଲଘୁଚାପ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆସନ୍ତାକାଲି ସକାଳେ ପୁରୀ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବରେ ରାଜ୍ୟର ୪ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ଆକଳନ କରାଯାଇଛି । ବର୍ଷା ୪ରୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଯେଉଁଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାବ୍ୟତୀତ ବରଗଡ଼, ସୋନପୁର, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାବ୍ୟତୀତ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆକସ୍ମିକ ବନ୍ୟା ସମସ୍ୟା ଦେଖାଦେଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ରବିବାର ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମଙ୍ଗଳବାରରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking