29.1 C
Bhubaneswar
Thursday, May 23, 2024
Homeଓଡିଶାଲଘୁଚାପ ପ୍ରଭାବରେ ଆଜି ବି ବର୍ଷିବ

ଲଘୁଚାପ ପ୍ରଭାବରେ ଆଜି ବି ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ବି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । କିଛି ସ୍ଥାନରେ ୭ରୁ ୨୦ ସେମି ଯାଏ ବର୍ଷା ସମ୍ଭାବନା ରହିଛି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ । ଏଥିପାଇଁ ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଂକୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଆସନ୍ତାକାଲି ବର୍ଷା ପ୍ରଭାବ କମିବ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking