33.1 C
Bhubaneswar
Wednesday, April 24, 2024
Homeଓଡିଶାୱେଲ୍‌ମାର୍କରେ ପରିଣତ ହେଲା ଲଘୁଚାପ, ୧୪ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ୱେଲ୍‌ମାର୍କରେ ପରିଣତ ହେଲା ଲଘୁଚାପ, ୧୪ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ୱେଲ୍‌ମାର୍କରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପରେ ପଶ୍ଚିମ ଉତ୍ତର ପଶ୍ଚିମକୁ ଗତିକରି ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବାର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ଅଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ରୁ ୧୨ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ୧୨ରୁ ୧୩ ତାରିଖ ମଧ୍ୟରେ ୫ ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କନ୍ଧମାଳ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ଓ ୧୪ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ବେଳକୁ ଏହି ଲଘୁଚାପ ଦୁର୍ବଳ ହେବ । ହେଲେ ଉତ୍ତର ଆଣ୍ଡାମାନ ସାଗରେ ୧୪ ତାରିଖ ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking