19.1 C
Bhubaneswar
Monday, February 2, 2026
Homeଓଡିଶାକମିବ ବିଧାୟକଙ୍କ ଦରମା!

କମିବ ବିଧାୟକଙ୍କ ଦରମା!

ଭୁବନେଶ୍ୱର: ପୁନଃବିଚାର ହୋଇପାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ। ବିଲ ଉପରେ ଚଳିତ ଅଧିବେଶନରେ ହୋଇପାରେ ପୁନଃବିଚାର। ଏନେଇ ସୂଚନା ଦେଲେ କମିଟି ଅଧ୍ୟକ୍ଷ ଭାସ୍କର ମଢେଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ଆସନ୍ତା ବଜେଟ ଅଧିବେଶନରେ ପୁନଃବିଚାର ହୋଇ ବିଲ ପାରିତ ହୋଇପାରେ । କିଛି କମ ହୋଇପାରେ ବିଧାୟକଙ୍କ ଦରମା । ସୂଚନାଥାଉକି, ବିଧାନସଭାରେ ଶୀତକାଳୀନ ଅଧିବେଶନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ । ଗୃହରେ ସର୍ବସମ୍ମତି କ୍ରମେ ଏହା ପାସ୍ପା ହୋଇଥିଲା । ସଂସଦୀୟ ପରମ୍ପରାରେ ଏହା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ମତ ରଖିଛନ୍ତି ଉଭୟ ବିରୋଧୀ ଏବଂ ଶାସକ ଦଳ ବିଧାୟକ ।ମୂଳ ଦରମା ପର୍ବରୁ ଥିଲା ୩୫୦୦୦ ଟଙ୍କା । ବର୍ଦ୍ଧିତ ଦରମା ଲାଗୁ ହେବା ପରେ ଏହା ହେଲା ୯୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସମାରୋହ ଭତ୍ତା ୯୬୦୦୦ ହେଲା,ଯାହାକି ପୂର୍ବରୁ ୪୦,୦୦୦ ଟଙ୍କା ଥିଲା । ସେହିପରି ନିର୍ବାଚନ ମଣ୍ଡଳୀ ଏବଂ ଲୋକ ସେବା ଭବନ ପରିଦର୍ଶନ ଭତ୍ତା ପୂର୍ବରୁ ୨୦,୦୦୦ ଟଙ୍କା ଥିବା ବେଳେ, ଏବେ ୭୫୦୦୦ ଟଙ୍କା ହେଲା । କମିଟି ଭତ୍ତା ୧୫୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଓଡିଶା ବାହାରେ ବୈଠକ ପାଇଁ ଭତ୍ତା ୨୦୦୦ ଟଙ୍କାରୁ ୧୦,୦୦୦କୁ ବୃଦ୍ଧି ପାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking