ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା । ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରାଜସ୍ୱ ମନ୍ତ୍ରୀଙ୍କ ସମେତ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ମହାନଦୀ ଜଳ ବଣ୍ଟନ ଓ ଆଗାମୀ ରଣନୀତି ନେଇ ଆଲୋଚନା କରିଛନ୍ତି । ମହାନଦୀ ଜଳ ବିବାଦକୁ ନେଇ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ, ଜଳ ସମ୍ପଦ ବିଭାଗର ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ବୈଠକରେ ମହାନଦୀ ଜଳ ବଣ୍ଟନ, ଛତିଶଗଡ଼ ସହ ଚାଲିଥିବା ଜଳ ବିବାଦ, ବର୍ତ୍ତମାନର ଜଳ ସ୍ଥିତି ଏବଂ ରାଜ୍ୟର ସ୍ୱାର୍ଥ ସୁରକ୍ଷା ପାଇଁ ଗ୍ରହଣ କରାଯିବାକୁ ଥିବା ପଦକ୍ଷେପ ଉପରେ ବିସ୍ତୃତ ଆଲୋଚନା ହୋଇଛି । ଏହାସହ ଆଗାମୀ ଦିନରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ରାଜ୍ୟ ପକ୍ଷକୁ କିପରି ଆହୁରି ମଜଭୁତ କରାଯିବ ଏବଂ ଆବଶ୍ୟକ ତଥ୍ୟ ଓ ପ୍ରମାଣକୁ କିପରି ଉପସ୍ଥାପନ କରାଯିବ, ସେନେଇ ମଧ୍ୟ ଆଲୋଚନା ହୋଇଥିବା ସୂଚନା ମିଳିଛି ।










