17.1 C
Bhubaneswar
Saturday, February 14, 2026
Homeଓଡିଶାଫୁଲୁଛି ମହାନଦୀ; ୧୦ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଫୁଲୁଛି ମହାନଦୀ; ୧୦ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର : ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଖୋଲାଯିବା ପରେ ବଢୁଛି ମହାନଦୀର ଜଳସ୍ତର। କଟକ ମୁଣ୍ଡଳୀରେ ମହାନଦୀ ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାକୁ ଲାଗିଛି। ଆଜି କଟକର ମୁଣ୍ଡଳି ଦେଇ ୫ ଲକ୍ଷ ୭୮ ହଜାର କ୍ୟୁକେସ୍ ବନ୍ୟା ପାଣି ପ୍ରବାହିତ ହେଉଛି। ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲ୍ଲାର ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଏସବୁ ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏଥିସହ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। ପାଣି ପ୍ରବାହିତ ହେଉଥିବା ରାସ୍ତା, ବ୍ରିଜ ଉପରେ ଯାଆସ ନକରିବାକୁ ବାରଣ କରାଯାଇଛି।

ମହାନଦୀ ଜଳସ୍ତର ବୃଦ୍ଧି ପାଇ ଯୋକୁ ନଦୀ ଅବବାହିକାର ଥିବା ତଳିଆ ଅଞ୍ଚଳରେ ବନ୍ୟା ପାଣି ପଶିଛି। କଟକ ଜିଲ୍ଲା ଆଠଗଡ଼ର ବଡ଼ଭୂଇଁ ଖଣ୍ଡହତାକୁ ସଂଯୋଗ କରୁଥିବା ବଡ଼ବନ୍ଧିଆଣି ରାସ୍ତା ସହ ପୋଲ ଉପରେ ୨ ଫୁଟ୍ ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ସେହିପରି ଉତ୍ତରବାଙ୍କୀ ଘୋଡ଼ାବରଠାରେ ହୁଳୁହୁଳି ପୋଲ ଦେଇ ମହାନଦୀ ବନ୍ୟା ଜଳ ପଶି ତିଗିରିଆ ଓ ଉତ୍ତରବାଙ୍କୀ ଅଞ୍ଚଳର ହଜାର ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking