28.1 C
Bhubaneswar
Monday, February 9, 2026
Homeଓଡିଶାରତ୍ନସିଂହାସନରେ ବାଙ୍କଚୁଡା ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରତ୍ନସିଂହାସନରେ ବାଙ୍କଚୁଡା ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ପଞ୍ଚୁକର ଦିତୀୟ ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଯାଇଛି। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ଶେଷ ହେବା ପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥିଲେ। ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ।

ସେହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି। ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସାର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥିଲା। ଏକ ଛୋଟ ସ୍ୱର୍ଣ୍ଣ କୀରିଟ ଠାକୁର ମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭା ପାଇଥିଲା। ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥିଲା। ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳ ଓ ମୂଷଳ ଧାରଣ କରିଥିଲେ। ତେବେ ଏହି ବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ।

ଧର୍ମମାସ କାର୍ତ୍ତିକର ପଞ୍ଚୁକ ବ୍ରତ ଚାଲିଥିବାରୁ ପୁରୀରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ବ୍ୟାରିକେଡ ଦେଇ ସିଂହଦ୍ଵାର ରେ ମନ୍ଦିରକୁ ପ୍ରବେଶ କରୁଛନ୍ତି ଭକ୍ତ। ଶ୍ରଦ୍ଧାଳୁଙ୍କ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସୂଚନା ଥାଉ ଯେ, ଗତକାଲି ପ୍ରବଳ ଭିଡ଼ ଥିବାରୁ ପୁରୀ ଶ୍ରୀମନ୍ଦିର ସିଂହଦ୍ୱାରରେ ଠେଲାପେଲା ସ୍ଥିତି ହୋଇଥିଲା। ପତିତପାବନ ବ୍ୟାରିକେଡ୍‌ ନିକଟରେ ଠେଲାପେଲା ହୋଇଥିଲେ ଭକ୍ତ। ପ୍ରଶାସନ ଓ ପୋଲିସ ବ୍ୟବସ୍ଥାକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଥିଲା ଭକ୍ତ ମହଲରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking