19.1 C
Bhubaneswar
Saturday, February 7, 2026
Homeଓଡିଶାଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ବୈଶାଖ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରେ ପଇତା ଲାଗି ଅନ୍ୟତମ । ଶ୍ରୀବିଗ୍ରହଙ୍କ ଏହି ଗୁପ୍ତନୀତି ଦ୍ୱାରା ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗର ସୁରକ୍ଷା ଦିଆଯାଇଥାଏ। ଶ୍ରୀବିଗ୍ରହମାନଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ପଇତାଲାଗି କରାଯାଇଥାଏ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବା ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ। ଦଇତାପତିମାନେ ଏହି ନୀତି କରିବେ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking