29.1 C
Bhubaneswar
Sunday, October 6, 2024
Homeଓଡିଶାପହଞ୍ଚିଲେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ

ପହଞ୍ଚିଲେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ

ପୁରୀ : ସେବା ପାଇଁ ପହଞ୍ଚିଲେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ । କରିବେ ଛେରାପହଁରା ଓ ଆଳତି । ଆଉ କିଛି ସମୟ ପରେ ଲକ୍ଷ ଲକ୍ଷ ଜନତାଙ୍କ ସମ୍ମୁଖରେ ତିନିରଥ ଉପରେ ଗଜପତି ମହାରାଜାଙ୍କ ଆରମ୍ଭ ହେବ ଛେରାପହଁରା ସେବା । ଶ୍ରୀନଅରରୁ ପଟୁଆରରେ ଆସି ଛେରାପହଁରା ପାଇଁ ରଥ ନିକଟରେ ପହଞ୍ଚିଛନ୍ତି ଗଜପତି ମହାରାଜ । ଆଜି ଆଷାଢ ଶୁକ୍ଲପକ୍ଷ ଦ୍ବିତୀୟା ତିଥି ବା ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର । ଧୀରେ ଧୀରେ ବଡଦାଣ୍ଡରେ ବଢୁଛି ଭକ୍ତଙ୍କ ଗହଳି । ସେ ଦିବ୍ୟ ମୁହୂର୍ତ୍ତକୁ ଦେଖିବାକୁ ଅପେକ୍ଷା କରିଛନ୍ତି ଭକ୍ତ । ଦେଶ ବିଦେଶରୁ ପୁରୀକୁ ଛୁଟିଛି ଭକ୍ତଙ୍କ ସୁଅ । ଚଳିତ ବର୍ଷ ବିରଳ ରଥଯାତ୍ରା ଦେଖିବେ ଭକ୍ତ । ଗୋଟିଏ ଦିନରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ, ନେତ୍ରୋତ୍ସବ ଓ ରଥଯାତ୍ରା । ଏହି ଦିବ୍ୟ ମୁହୂର୍ତ୍ତରେ ସାକ୍ଷୀ ରହିବାକୁ ବଡଦାଣ୍ଡରରେ ଭକ୍ତଙ୍କ ଗହଳି । ଭଜନ କୀର୍ତ୍ତନ କାହାଳିରେ କମ୍ପୁଛି ବଡଦାଣ୍ଡ । ବର୍ଷକୁ ଥରେ ଏହି ଦିନକୁ ଅପେକ୍ଷା କରିଥାନ୍ତି ଭକ୍ତ ଓ ଭଗବାନ । ରତ୍ନବେଦୀ ଛାଡି ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି । ବଡଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking