21.1 C
Bhubaneswar
Saturday, February 14, 2026
Homeଓଡିଶାଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ

ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ

ପୁରୀ : ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ। ଅନେକ ଶ୍ରଦ୍ଧାଳୁ ଅର୍ଥାଭାବ ହେଉ କି ଅନ୍ୟ କୌଣସି କାରଣରୁ ମହାପ୍ରସାଦ ପାଇବାରୁ ବଞ୍ଚିତ ହୋଇଥାଆନ୍ତି। ହେଲେ ଆଗାମୀ ଦିନରେ କୌଣସି ଶ୍ରଦ୍ଧାଳୁ ମହାପ୍ରସାଦ ପାଇବାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ଆସୁଥିବା ସମସ୍ତ ଶ୍ରଦ୍ଧାଳୁଙ୍କୁ ମହାପ୍ରସାଦ କୁଡ଼ୁଆ ମାଗଣାରେ ଯୋଗାଇଦେବାକୁ ଯୋଜନା କରିଛନ୍ତି ସରକାର। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡ଼ୁଆ ଦିଆଯିବ। ଏଥିପାଇଁ ବାର୍ଷିକ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ତେବେ ଏହି ଖର୍ଚ୍ଚ ଭାର ରାଜ୍ୟ ସରକାରଙ୍କ ଉପରେ ଯେପରି ନ ପଡ଼ିବ ସେଥିପ୍ରତି ବ୍ୟବସ୍ଥା ହେବ। ଏ ଦିଗରେ ବଦାନ୍ୟ ବ୍ୟକ୍ତିମାନଙ୍କ ସହାୟତା ନିଆଯିବ। ସେମାନଙ୍କ ସହଯୋଗରେ ଶ୍ରଦ୍ଧାଳୁଙ୍କୁ ମହାପ୍ରସାଦ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking