24.1 C
Bhubaneswar
Saturday, December 27, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର ଓ ତାଙ୍କ ବାନ୍ଧବୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର ଓ ତାଙ୍କ ବାନ୍ଧବୀ

ଭୁବନେଶ୍ୱର : ଭରତପୁର ଥାନା ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକ ସେବା ଭବନରେ ଭେଟିଛନ୍ତି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଅଙ୍କିତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।ଅନ୍ୟପକ୍ଷରେ ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ଆଜି ସକାଳେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ମୁଖ୍ୟତଃ ୩ଟି ଦିଗ ଉପରେ ତଦନ୍ତ ଆଗେଇବା ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking