30.1 C
Bhubaneswar
Friday, April 26, 2024
Homeଓଡିଶାରଥଯାତ୍ରା ପାଇଁ ମାଳିନୀ ନଦୀକୁ କିଏ ପୋତିଲେ ଏବଂ କିପରି

ରଥଯାତ୍ରା ପାଇଁ ମାଳିନୀ ନଦୀକୁ କିଏ ପୋତିଲେ ଏବଂ କିପରି

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ହେଉଛି ଅପୂର୍ବ । ବାଙ୍କି ମୁହାଣରେ ଇନ୍ଦ୍ରଦ୍ୟୁମ୍ନ ରାଜା ପ୍ରଥମେ ସମୁଦ୍ରରୁ ଦାରୁ ସଂଗ୍ରହ କରିଥିଲେ । ଗୁଣ୍ଡିତା ମନ୍ଦିରର ଚତୁର୍ଦ୍ଧାମୂର୍ତ୍ତିଙ୍କର ପ୍ରତିମା ନିର୍ମାଣ କରିଥିଲେ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ନିର୍ମାଣ କରାଇ ତିନିଠାକୁରଙ୍କୁ ସିଂହାସନରେ ବସାଇ ପୂଜାର୍ଚ୍ଚନା ଆରମ୍ଭ କରିଥିଲେ । ସେତେବେଳେ ପୁରୀ ସହରକୁ ତିନୋଟି ଛୋଟ ଛୋଟ ନଦୀ ଘେରି ରହିଥିଲେ । ସେଥିରୁ ମାଳିନୀ ନାମକ ନଦୀଟି ବାଙ୍କି ମୁହାଣଠାରେ ସମୁଦ୍ରରେ ମିଶିଥିଲା । ତେଣୁ ମାଳିନୀ ନଦୀ ଦ୍ୱାରା ବଡ ଦାଣ୍ଡ ଦୁଇ ଭାଗରେ ବିଭକ୍ତ ହୋଇଥିଲା । ଫଳରେ ଗୁଣ୍ଡିଚା ମନ୍ଦିରକୁ ଶ୍ରୀମନ୍ଦିର ସହିତ ସିଧା ସଂଯୋଗ ହୋଇପାରୁନଥିଲା । ଇନ୍ଦ୍ରଦ୍ୟୁମ୍ନ ରାଜା ପ୍ରଥମେ ତିନୋଟି ରଥ ନିର୍ମାଣ କରି ଠାକୁରମାନଙ୍କୁ ନେଇ ମାଳିନୀ ନଦୀକୂଳକୁ ନେଲେ । ନଦୀରେ ତିନୋଟି ବଡ ଡଙ୍ଗାରେ ପ୍ରତିମାମାନଙ୍କୁ ପାରିକରି ଶ୍ରୀମନ୍ଦିର ପାଶ୍ୱର୍କୁ ନେଲେ । ଏପଟେ ନଦୀକୂଳରୁ ଆଉ ତିନୋଟି ରଥ ନିର୍ମାଣ କରି ଶ୍ରୀମନ୍ଦିରକୁ ନେଇ ପ୍ରତିଷ୍ଠା କରିଥିଲେ । ସେହି ସମୟଠାରୁ ରଥଯାତ୍ରାରୁ ସୃଷ୍ଟି ହୋଇଛି ବୋଲି ଅନେକ ମତ ଦିଅନ୍ତି । ଏହାଥିଲା ଠାକୁରଙ୍କ ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ପ୍ରଥମ ଯାତ୍ରା । ଏହାପରେ ପ୍ରଭୁ ନିଜେ ଇନ୍ଦ୍ରଦ୍ୟୁମ୍ନ ରାଜାଙ୍କୁ କହିଲେ ସବୁବର୍ଷ ତାଙ୍କର ଜନ୍ମସ୍ଥାନ ବା ଆଡପ ମଣ୍ଡପକୁ ଯିବାକୁ ଆଷାଢ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟାରେ ତାଙ୍କର ରଥଯାତ୍ରା କରିବାକୁ । ଇନ୍ଦ୍ରଦ୍ୟୁମ୍ନଙ୍କ ଶାସନ କାଳ୍ରୁ ଆଜିଯାଏ ସେହିପରି ରଥଯାତ୍ରା ଚଳିଆସୁଅଛି । ସେତେବଳେ ଆଜି ଭଳି ରାସ୍ତାଘାଟର ସୁବିଧା ନଥିଲା । ତେଣୁ ବାଲିମାଟିରେ ରଥ ଟାଣିବାକୁ ବହୁତ କଷ୍ଟ ହେଉଥିଲା । ରାଜ ଅଶ୍ୱ, ଗଜ ଓ କଳାବେଠିଆମାନଙ୍କୁ ଲଗାଇ ରଥ ଟାଣୁଥିଲେ । ଛଅଟି ରଥ ତିଆରି କରି ରଥଯାତ୍ରା କରିବା ସହିତ ବହୁତ କଷ୍ଟସାଧ୍ୟ ହେଉଥିଲା । ଏଥିପାଇଁ ନବ ଦିନାତ୍ମକ ଯାତ୍ରା ଗୋଟିଏ ମାସରୁ ଉର୍ଦ୍ଧ ସମୟ ଲାଗୁଥିଲା ।
ଏହିପରି ଅସୁବିଧାକୁ ଦେଖି ମହାରାଣୀ ଶ୍ରଦ୍ଧା ଦେବୀଙ୍କ ଏକ ଉଦ୍ଭବ ଚିନ୍ତା ଆସିଲା । ସେ ଗଜପତି ମହାରାଜାଙ୍କୁ କହିଲେ ଆମର ରଥଯାତ୍ରା କରିବାକୁ ଏତେ ଅସୁବିଧା ହେଉଛି । ତେଣୁ ତୁମେ ଯଦି ମାଳିନୀ ନଦୀକୁ ପୋତି ଦିଅନ୍ତ ତେବେ ତିନୋଟି ରଥ ସିଧା ଗୁଣ୍ଡିଚା ମନ୍ଦିରକୁ ଯାଇପାରନ୍ତା । ଭାନୁଦେବ ଏ କଥା ଶୁଣି ହସି କହିଲେ, ତୁମର ମୁଣ୍ଡ ଖରାପ ହେଲାଣି ନା କଣ ? ନଦୀ ପୋତିବା କଣ ଏତେ ସହଜ ? ରାଣୀ କହିଲେ ଭଣ୍ଡାରରୁ ମୋତେ କିଛି ଅର୍ଥ ଦିଅନ୍ତୁ ମୁଁ ଯାଇ ବାଲି ପକାଇ ନଦୀ ପୋତା କାର୍ଯ୍ୟ ଆରମ୍ଭ କରିବି । ତଥାପି ରାଜା ମହାରାଣୀଙ୍କୁ କଥାକୁ ବିଶ୍ୱାସ କରିପାରିଲେ ନାହିଁ । ଶେଷରେ ରାଣୀ କହିଲେ ଆମେ ପୋତିବା କାର୍ଯ୍ୟ ଆରମ୍ଭ କରିଦେଲେ ଆମର ପର ପିଢି କେହି କେବେ ତ ଏ କାର୍ଯ୍ୟ ସଂପାଦନ କରିପାରିବେ । ତେଣୁ ଏହା କାର୍ଯ୍ୟ କରିବା ଦାୟିତ୍ୱ ମତେ ଦିଅନ୍ତୁ । ଶେଷରେ ରାଣୀଙ୍କ କଥାରେ ଗଜପତି ସମ୍ମତ ହୋଇ ବାଲି ପକାଇ ନଦୀ ପୋତା କାର୍ଯ୍ୟ ଆରମ୍ଭ କରିଦେଲେ । ଭଗବାନଙ୍କର ଏଥିଲା ଏକ ବିଚିତ୍ର ଲୀଳା । ଚାହୁଁ ଚାହୁଁ ସେହି ବର୍ଷ ରଥଯାତ୍ରା ପୂର୍ବରୁ ମାଳିନୀ ନଦୀଟି ବାଲିରେ ପୋତି ହୋଇଗଲା । ଗଜପତି ଆଶ୍ଚର୍ଯ୍ୟ ହୋଇଗଲେ । ଫଳରେ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଯାଏ ଗୋଟିଏ ବଡଦାଣ୍ଡ ହୋଇପାରିଲା ।
https://onakhabar.com/2020/06/17/how-ratha-yatra-started/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking