26.1 C
Bhubaneswar
Wednesday, February 11, 2026
Homeଅପରାଧନାବାଳିକାକୁ ଦୁଷ୍କର୍ମ: ରାସ୍ତାକଡ଼ରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

ନାବାଳିକାକୁ ଦୁଷ୍କର୍ମ: ରାସ୍ତାକଡ଼ରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

ଚିତ୍ରଡ଼ା: ମୟୂରଭଞ୍ଜ ଜିଲ୍ଲାରେ ଘଟିଛି ଲଜ୍ଜାକର ଘଟଣା। ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଛନ୍ତି। ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ଅପରାହ୍ଣରେ ପୀଡ଼ିତା ନାବାଳିକା (୧୨ବର୍ଷ) ମୋରଡ଼ା ଥାନା ଅଞ୍ଚଳର ନିଜ ଗାଁ ରାସ୍ତାକଡ଼ରେ ସଂଜ୍ଞାହୀନ ଅବସ୍ଥାରେ ପଡ଼ିଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ କିଶାନତାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ସେହି ରାତିରେ ବାରିପଦା ପିଆର୍‌ଏମ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ, ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଜି ତାଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ମୋରଡ଼ା ଥାନା ପୁଲିସ କିଶାନତାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପ୍ରାଥମିକ ତଦନ୍ତ ପରେ ନାବାଳିକା ଦୁଷ୍କର୍ମ ଶିକାର ହୋଇଥିବା ପୁଲିସ ଜାଣିବାକୁ ପାଇଛି। ଏନେଇ ପୀଡ଼ିତାଙ୍କ ବାପା ମୋରଡ଼ା ଥାନାରେ ଅଭିଯୋଗ କରିବାପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ପୁଲିସ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଆରମ୍ଭ କରିଛି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ମୋରଡ଼ା ଥାନା ଅଧିକାରୀ ସତ୍ୟନାରାୟଣ ବଳ ପ୍ରକାଶ କରିଛନ୍ତି। ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ମୋରଡ଼ା ଥାନା ଅଞ୍ଚଳରେ ଗଭୀର ଆଲୋଡ଼ନ ସୃଷ୍ଟି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking