କୋଲକତା: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଅଜିତ ପାୱାରଙ୍କ ଆକସ୍ମିକ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ ଏବଂ ସ୍ତବ୍ଧ ବୋଲି ପ୍ରକାଶ କରିଛନ୍ତି । ପାୱାର ପରିବାରକୁ ସମବେଦନା ଜଣାଇବା ସହ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି । ଘଟଣାର ଉପଯୁକ୍ତ ତଦନ୍ତ ଆବଶ୍ୟକ ବୋଲି ସେ କହିଛନ୍ତି ।
Deeply shocked and stunned by the suddden demise of Ajit Pawar! The Deputy Chief Minister of Maharashtra and his co-passengers have died in a disastrous plane crash at Baramati today morning, and I am feeling a deep sense of loss.
My condolences to his family including his uncle…
— Mamata Banerjee (@MamataOfficial) January 28, 2026
ସୂଚନାଯୋଗ୍ୟ, ଆଜି ସକାଳ ୮ଟା ସମୟରେ ପାୱାରଙ୍କ ବିମାନ ସକାଳ ୮ଟା ସମୟରେ ମୁମ୍ବାଇରୁ ଉଡାଣ ଆରମ୍ଭ କରିଥିଲା । ୮ଟା ୪୫ ମିନିଟ୍ରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ । ଏହି ଗୁରୁତର ଦୁର୍ଘଟଣାରେ ପାୱାର ଏବଂ ବିମାନର ପାଇଲଟ ଏବଂ ତାଙ୍କ ସୁରକ୍ଷା କର୍ମୀଙ୍କ ସମେତ ଅନ୍ୟ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।










