ଭୁବନେଶ୍ୱର : ଗତକାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ମାଣ୍ଡିଆପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନିଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥି ସହିତ ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୩ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।