33.1 C
Bhubaneswar
Saturday, April 27, 2024
Homeଓଡିଶାମେଣ୍ଟ ହେବନି ସ୍ପଷ୍ଟ କଲେ ମନମୋହନ

ମେଣ୍ଟ ହେବନି ସ୍ପଷ୍ଟ କଲେ ମନମୋହନ

ଭୁବନେଶ୍ୱର : ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ତାଙ୍କ ଟ୍ୟୁଟର ହାଣ୍ଡେଲ ବା ଏକକ୍ସ ରେ କହିଛନ୍ତି । ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହେବନି ଏକଥା ସେ ସ୍ପଷ୍ଟ କରିଛନ୍ତି ।

ସେ କହିଛନ୍ତି,ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking