29.1 C
Bhubaneswar
Saturday, July 27, 2024
Homeଓଡିଶାପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରିରେ ପୁଣି ଏନକାଉଣ୍ଟର । ଏହି ପୋଲିସ ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। କଟେକଲ୍ୟାଣ ଥାନା ଅନ୍ତର୍ଗତ ଚିକପାଲ ଜଙ୍ଗଲରେ ଯବାନମାନେ କମ୍ବିଂ ଅପରେସନ କରୁଥିଲେ । ଏହି ସମୟରେ ମାଓବାଦୀମାନେ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ଯବାନ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ମୃତ ମାଓବାଦୀ ମହୁପଦର ଏଲଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନି ନାଁରେ ଥିଲା ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା । ଏହି ଏନକାଉଣ୍ଟର ପରେ ଘଟଣାସ୍ଥଳରୁ ଗୋଟିଏ ୧୨ ବୋର ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking