ମାର୍ଗାରେଟ୍ ଆଲଭା ହେବେ ବିରୋଧୀ ମହାମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଆସନ୍ତା ମାସ ୬ ତାରିଖରେ ଦେଶରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଥିବା ବେଳେ ଏହା ମଧ୍ୟରେ ଶାସକ ଏନଡିଏ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି । ଏନଡିଏ ପକ୍ଷରୁ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କୁ ପ୍ରାର୍ଥୀ କରାଯାଇଛି । ତେବେ ଆଜି ବିରୋଧୀ ମହାମେଣ୍ଟ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମାର୍ଗାରେଟ୍ ଆଲଭାଙ୍କ ନାମ ଘୋଷଣା କରିଛନ୍ତି ଏନସିପି ସୁପ୍ରିମୋ ଶରଦ ପାୱାର ।