38.1 C
Bhubaneswar
Friday, April 26, 2024
Homeଓଡିଶାପୁରୀରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ

ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ

ପୁରୀ: ରାଜ୍ୟରେ କରୋନା ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି ।  ଆଉ ୩ ଦିନ ପରେ ରଥଯାତ୍ରା ଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି । ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର  ।ସେ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ, ‘ଏବେ କିଛି ମାତ୍ରାରେ ସଂକ୍ରମଣ ବଢ଼ିଛି ।  ଟେଷ୍ଟିଂ ବଢ଼ିବ, ପୁରୀରେ ହେଲଥ କ୍ୟାମ୍ପ ହେବ । ପୁରୀ ଷ୍ଟେସନ, ବସଷ୍ଟାଣ୍ଡ, ବଡ଼ଦାଣ୍ଡରେ ହେଲଥ କ୍ୟାମ୍ପ ଖୋଲିବ । ତେଣୁ ଲକ୍ଷଣ ଥିଲେ ହେଲଥ କ୍ୟାମ୍ପ ଯାଇ ଚିକିତ୍ସା କରାନ୍ତୁ । ରଥଯାତ୍ରା ପାଇଁ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ସମୀକ୍ଷା କରିବେ । ଲକ୍ଷଣ ଥିଲେ ପୁରୀ ଯାଆନ୍ତୁ ନାହିଁ । ଘରେ ବସି ଟିଭିରେ ରଥଯାତ୍ରା ଦେଖନ୍ତୁ । ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨ ଓ ସ୍ଥାନୀୟ ସଂକ୍ରମଣରୁ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୬, କଟକରୁ ୧୩, ସୁନ୍ଦରଗଡ଼ରୁ ୮, ଷ୍ଟେଟପୁଲରୁ ୬, ବାଲେଶ୍ୱରରୁ ୫, ସମ୍ବଲପୁରରୁ ୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୬ରେ ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking