35.1 C
Bhubaneswar
Wednesday, April 23, 2025
Homeଓଡିଶାଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା

ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା

ଭୁବନେଶ୍ୱର: ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହେବେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହେବ । ୧୨ ଦିନ ଧରି ଚାଲିବ ଖାତାଦେଖା । ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଖାତା ମଧ୍ୟ ଏଠାରେ ଦେଖାଯିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ୫୦ ନମ୍ବର ବିଶିଷ୍ଟ ଲିଖିତ ପରୀକ୍ଷା ଉତ୍ତର ଖାତାର ମୂଲ୍ୟାୟନ ପାଇଁ ବ୍ୟବସ୍ଥା ରହିଛି । ସକାଳ ୯ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖାତାଦେଖା ପାଇଁ ସମୟ ଧାର୍ଯ୍ୟ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking