କଟକ: ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ଚଳିତ ବର୍ଷ ମାଟ୍ରିକ ପାସ ହାର ୯୫.୩ ପ୍ରତିଶତ ରହିଛି । ଏ୧ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏ୨ରେ ୧୫, ୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ବି୧ରେ ୪୩, ୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ବି୨ରେ ୮୬, ୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସିରେ ୧,୨୯, ୮୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଡିରେ ୧, ୪୬, ୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଇରେ ୯୫, ୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ବୋର୍ଡର ୱେବସାଇଟ www.bseodisha.ac.in ଓ www.bseodisha.nic.in ରେ ପରୀକ୍ଷା ଫଳ ଦେଖିପାରିବେ । ଇଣ୍ଟରନେଟ୍ ସୁବିଧା ନଥିଲେ ମଧ୍ୟ ମୋବାଇଲ୍ ମେସେଜ୍ ମାଧ୍ୟମରେ ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR 10 ଲେଖି ନିଜର ରୋଲ ନମ୍ବର ଲେଖି 5676750 କୁ ପଠାଇଲେ ରେଜଲ୍ଟ ପାଇପାରିବେ ।ସେପଟେ ଚଳିତବର୍ଷ ଠାରୁ ପ୍ରଥମ ଥର ପାଇଁ ପରୀକ୍ଷାର୍ଥୀମାନେ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ । ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏ ଚାଲିଥିଲା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥର ପ୍ରଥମକରି ମାଟ୍ରିକ ସାର୍ଟିଫିକେଟ ଓଡ଼ିଆରେ ମିଳିବ ।










