34.1 C
Bhubaneswar
Friday, March 29, 2024
Homeଓଡିଶାଆଜି ମ୍ୟାଟ୍ରିକ୍ ପରୀକ୍ଷା

ଆଜି ମ୍ୟାଟ୍ରିକ୍ ପରୀକ୍ଷା

ଭୁବନେଶ୍ୱର : ଆଜି ମ୍ୟାଟ୍ରିକ୍ ପରୀକ୍ଷା। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସକାଳ ୮ଟା ମଧ୍ୟରେ ନୋଡାଲ୍ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ଯିବ ପ୍ରଶ୍ନପତ୍ର। ସକାଳ ୯ଟା ୨୦ରେ ପରୀକ୍ଷା କେନ୍ଦ୍ର ଗେଟ୍ ଖୋଲାଯାଇ ପରୀକ୍ଷାର୍ଥୀଙ୍କୁ ସେଣ୍ଟର ଭିତରକୁ ଛଡ଼ାଯିବ। ୧୦ଟାରେ ପରୀକ୍ଷା ଆରମ୍ଭ ହେବ। ଚଳିତବର୍ଷ ୫ ଲକ୍ଷ ୪୭ ହଜାର ୭୮୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ମୋଟ୍ ୨ ହଜାର ୭୬୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷା ଖାତା ଗଚ୍ଛିତ ରଖିବା ପାଇଁ ୩୦୭ଟି ନୋଡାଲ୍ କେନ୍ଦ୍ର ହୋଇଥିବା ବେଳେ ଅତି ସମ୍ବେଦନଶୀଳ ଅଞ୍ଚଳରେ ୨୨ଟି ନୋଡାଲ କେନ୍ଦ୍ର ଥାନାରେ କରାଯାଇଛି।  ପରୀକ୍ଷା ପରିଚାଳନାକୁ ସ୍ୱଚ୍ଛ କରିବା ପାଇଁ ଏକହଜାର ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯିବା ସହ ସ୍କ୍ୱାର୍ଡ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ପରୀକ୍ଷାର ସୁପରିଚାଳନା ପାଇଁ ବୋର୍ଡ ପକ୍ଷରୁ ଚତୁଃସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏକସଙ୍ଗେ ଅନୁଷ୍ଠିତ ହେଉଛି। ମଧ୍ୟମାରେ ୪ ହଜାର ୫୮୧ ଜଣ ୪୫ଟି କେନ୍ଦ୍ରରେ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ଦୁଇହଜାର ୭୬୩ଜଣ ପରୀକ୍ଷାର୍ଥୀ ୭୬ଟି କେନ୍ଦ୍ରରେ ପରୀକ୍ଷା ଦେବେ। ପରୀକ୍ଷା ସଂପର୍କରେ ସମସ୍ତ ସୂଚନା ପାଇଁ ବୋର୍ଡ ମୁଖ୍ୟାଳୟରେ ୧୨ ଘଣ୍ଟିଆ କଣ୍ଟ୍ରୋଲରୁମ୍ ଖୋଲାଯାଇଛି। ଏହା ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ପରୀକ୍ଷା ଶେଷହେବା ପର୍ଯ୍ୟନ୍ତ ଖୋଲା ରହିବ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking