ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ଆଜି ଦିନ ୧ଟାରେ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ । ବୋର୍ଡ କାର୍ଯ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମବୀ ସମୀର ରଞ୍ଜନ ଦାସ , ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱତବ ଅତିଥି ଭାବେ ଯୋଗ ଦେଇ ମାଟ୍ରିକ୍, ମଧ୍ୟମା, ମୁକ୍ତ ବିଦ୍ୟାଳୟ-୨୦୨୨ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିବେ । ଯେଉଁ ଅଂଚଳରେ ଇଂଟରନେଟ୍ ସଂଯୋଗ ନାହିଁ, ସେସବୁ ଅଂଚଳର ଛାତ୍ରଛାତ୍ରୀ ଏସ୍ଏମ୍ଏସ୍ ଜରିଆରେ ଫଳାଫଳ ଜାଣିପାରିବେ । ସେମାନେ ଓଆର୧୦ ସ୍ପେଶ୍ ରୋଲ୍ ନଂ ଲେଖି ୫୬୭୬୭୫୦ ନ ମ୍ବରକୁ ମେସେଜ୍ କରି ରେଜଲ୍ଟ ଜାଣିପାରିବେ । ବୋର୍ଡ ଉପସଭାପତି ଡକ୍ଟର ନିହାରରଞ୍ଜନ ମହାନ୍ତି ସୂଚନା ଦେଇ କହିଛନ୍ତି ପରୀକ୍ଷାଫଳରେ ଅସନ୍ତୋଷ ବ୍ୟକ୍ତ କରୁଥିବା ଛାତ୍ରଛାତ୍ରୀ ରିଚେକିଂ ଓ ରିଆଡିସନ ପାଇଁ ଆବେଦନ କରିପାରିବେ ।
ଫଳ ପ୍ରକାଶ ପରେ ବୋର୍ଡ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତବ କାଉନ୍ସେଲିଂ ବ୍ୟବସ୍ଥା କରାଯାଇଛି । ଉଲ୍ଲେଖନୀୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ।