17.1 C
Bhubaneswar
Tuesday, December 9, 2025
Homeଓଡିଶାପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ଭୁବନେଶ୍ୱର: ଶନିବାର ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇଛି । ଏଥିରେ ପାସ ହାର ୫୬.୨୩ ପ୍ରତିଶତ ରହିଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ପାସ୍ କରିଥିଲେ । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି। ଜୁଲାଇ ୧ରୁ ୧୦ ତାରିଖ ପର୍ୟ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking