ଭୁବନେଶ୍ୱର: ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପୁଣି ଆରମ୍ଭ ହେବ । ମେ ୨୬ରୁ ଜୁନ୍ ୧ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପାଇଁ ଫର୍ମ ଫିଲଅପ୍ ପାଇଁ ଆବେଦନ କରିବେ ପିଲାମାନେ । ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୩ରୁ ଆରମ୍ଭ ହୋଇ ଜୁଲାଇ ୮ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷାରେ ସାମିଲ ହେବାକୁ ଚାହୁଁଥିବା ପିଲାମାନଙ୍କୁ ଏଥିପାଇଁ ମେ’ ୨୬ରୁ ଜୁନ୍ ୧ ତାରିଖ ମଧ୍ୟରେ ଫର୍ମ ଫିଲ୍ଅପ୍ କରିବାକୁ ପଡ଼ିବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଶ୍ରୀ ହାଜରା କହିଛନ୍ତି ଯେ, ମାଟ୍ରିକ୍ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ପୂର୍ବ ପ୍ରଚଳିତ ୨ଟି ସମ୍ମେଟିଭ୍ ପରୀକ୍ଷା ଆଉ କରାଯିବ ନାହିଁ। କେବଳ ଦଶମ ଶ୍ରେଣୀରେ ବାର୍ଷିକ ପରୀକ୍ଷା ହେବ। ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ବାର୍ଟରରେ ଜାରି ରହିବ। ନବମ ଶ୍ରେଣୀ ପାଇଁ ବାର୍ଷିକ ପରୀକ୍ଷାରେ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ର ଯୋଗାଇ ଦିଆଯିବ।