18.1 C
Bhubaneswar
Friday, February 13, 2026
Homeଓଡିଶାଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ଟା ପର୍ଯ୍ୟନ୍ତ ହେବ। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି। ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking