26.8 C
Bhubaneswar
Monday, April 6, 2026
Homeଓଡିଶାଆସନ୍ତାକାଲି ଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଆସନ୍ତାକାଲି ଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ: ଆସନ୍ତାକାଲି ଠାରୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୨୨ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ଗଣିତ ବ୍ୟତୀତ ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ ପର୍ଯ୍ୟନ୍ତ ହେବ। ପ୍ରାର୍ଥୀଙ୍କୁ ଓଡ଼ିଶା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷାର ଗଣିତ ବିଷୟ ପାଇଁ ୧୫ ମିନିଟ୍ ଅତିରିକ୍ତ ସମୟ ପ୍ରଦାନ କରାଯିବ।ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ମୋଟ୍ ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ସୂଚନା ଅନୁଯାୟୀ ,ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୬୧ ଜଣ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୩୦ ହଜାର ୧୫୩ ଛାତ୍ରଛାତ୍ରୀ ପାସ୍ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking