27.8 C
Bhubaneswar
Friday, April 19, 2024
Homeଓଡିଶାବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

ଭୁବନେଶ୍ୱର: ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା । ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି । ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବନାହିଁ । ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହିଁ ହେବ । ପୂର୍ବରୁ ହେଉଥିବା ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ । ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ୱାର୍ଟରରେ ହେବ ।

ଦଶମ ଶ୍ରେଣୀ ପରୀକ୍ଷା ପୁଣିଥରେ ପୁରୁଣା ଢାଞ୍ଚାରେ ହେବା ନେଇ ନିଷ୍ପତ୍ତି ହୋଇଛି । ତେବେ ଏହି ପରିବର୍ତ୍ତନ ପରେ ଏଣିକି ପିଲାଙ୍କ ମୁଣ୍ଡରୁ ହଟିବ ସମ୍ମେଟିଭ ଆସେସମେଣ୍ଟ ପରୀକ୍ଷାର ଚିନ୍ତା । ଅର୍ଥାତ୍ ଦଶମ ଶ୍ରେଣୀରେ ପିଲାମାନଙ୍କୁ ସମ୍ମେଟିଭ ଆସେସମେଣ୍ଟ-୧ ଏବଂ ସମ୍ମେଟିଭ ଆସେସମେଣ୍ଟ-୨ ପରୀକ୍ଷା ଦେବାକୁ ପଡିବନି । ମାଟ୍ରିକରେ କେବଳ ପୂର୍ବ ଭଳି ଗୋଟିଏ ବୋର୍ଡ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏ ନେଇ କଟକ ବୋର୍ଡ ପକ୍ଷରୁ ବୋର୍ଡ ସଭାପତି ରାଶିଷ ହାଜରା ସୂଚନା ଦେଇଛନ୍ତି ।

ପୂର୍ବରୁ କରୋନା ମହାମାରୀ ଯୋଗୁଁ ମାଟ୍ରିକ ପରୀକ୍ଷାରେ ଏକ ବଡ ପରିବର୍ତ୍ତନ କରାଯାଇଥିଲା । କୋଭିଡ ସଂକ୍ରମଣ ପାଇଁ ୨୦୨୦ରେ ଶ୍ରେଣୀଗୃହରେ ପାଠପଢା ଉପରେ ରୋକ ଲଗାଇଥିଲେ ସରକାର । ଯାହା ଫଳରେ ପିଲାମାନେ ପରୀକ୍ଷା ନ ଦେଇ ମଧ୍ୟ ଉତ୍ତୀର୍ଣ୍ଣ ହୋଇଥିଲେ । ଏହାପରେ ୨୦୨୧-୨୨ରେ ପିଲାମାନଙ୍କ ପାଠ୍ୟକ୍ରମରେ ମଧ୍ୟ ହ୍ରାସ କରିଥିଲା ବୋର୍ଡ । ଏହାସହିତ ମାଟ୍ରିକ ପରୀକ୍ଷା ପାସ୍ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ୪ଟି ଫର୍ମେଟିଭ ଆସେସମେଣ୍ଟ ଏବଂ ୨ଟି ସମ୍ମେଟିଭ ଆସେସମେଣ୍ଟ ପରୀକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking