ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରେସ୍ମିଟ୍ । ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ମେଟ୍ରିକ୍ ପରୀକ୍ଷା । ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ହେବ ମାଟ୍ରିକ୍ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି । ଅନୁମୋଦିତ ରୁଟ୍ରେ ପ୍ରଶ୍ନପତ୍ର ଯିବ, ଅନ୍ୟ ବାଟରେ ମନା । ମାଟ୍ରିକ୍ ପରୀକ୍ଷା ପାଇଁ ୫ ଲକ୍ଷ ୬୧ ହଜାର ୯୭୯ ପିଲା ଫର୍ମ ଫିଲ୍ ଅପ୍ କରିଛନ୍ତି । ସମସ୍ତ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଛି । ପରୀକ୍ଷା କିପରି ଚାଲିଛି ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମ୍ରୁ ଦେଖିହେବ । ୧୭ ତାରିଖ ଭିତରେ ପ୍ରଶ୍ନପତ୍ର ସବୁ ନୋଡାଲ୍ ସେଣ୍ଟରରେ ପହଞ୍ଚିବ ।










