28.1 C
Bhubaneswar
Friday, March 29, 2024
Homeନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀନେତାଜୀଙ୍କ ଗାନ୍ଧିଜୀଙ୍କ ସହ ସାକ୍ଷାତ

ନେତାଜୀଙ୍କ ଗାନ୍ଧିଜୀଙ୍କ ସହ ସାକ୍ଷାତ

ଭୁବନେଶ୍ୱର : ସହୀଦ ଖୁଦୀରାମଙ୍କର ସ୍ମୃତି ଦିବସ ପାଳନ ହେବାର ସମ୍ବାଦ ଇଂରେଜ ସରକାରଙ୍କ ନିକଟକୁ ପହଞ୍ଚିଲା । ସେଥିଯୋଗୁଁ ଜିଲ୍ଲା ମାଜିଷ୍ଟ୍ରେଟଙ୍କ କେତେକ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ିଥିଲା ପ୍ରଧାନ ଶିକ୍ଷକ ବେଣିମାଧବ ଦାସଙ୍କୁ । ଏହି କାରଣରୁ ବେଣୀମାଧବ ଦାସଙ୍କ ନଦୀଆ ଜିଲ୍ଲା ଅନ୍ତର୍ଗତ କୃଷ୍ଣଗେରକୁ ଯିବାକୁ ଆଦେଶ ଆସିଲା । ଶିକ୍ଷକଙ୍କ ବଦଳିର ଆଦେଶ ଶୁଣି ଚୁପ ରହିପାରିଲେ ନାହିଁ, ସମସ୍ତ ଛାତ୍ରମାନଙ୍କୁ ନେଇ ଆନ୍ଦୋଳନ କରିଥିଲେ ମଧ୍ୟ ଶେଷରେ ଶିକ୍ଷକଙ୍କ ବଦଳି ହୋଇଥିଲା । ୧୯୧୩ ମସିହାରେ ସୁଭାଷଙ୍କର ମେଟ୍ରିକୁଲେସନ ପରୀକ୍ଷା ଫଳ ପ୍ରକାଶ ପାଇଲା । ସୁଭାଷ ସମସ୍ତଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ । ପିତା ଜାନକୀନାଥଙ୍କ ଇଛାରେ ୧୯୧୩ ମସିହାରେ ସେ କଲିକତା ବଙ୍ଗଳା ଶ୍ରେଷ୍ଠ କଲେଜ ପ୍ରେସିଡେନ୍ସି କଲେଜରେ ଯୋଗଦେଲେ ।

୧୯୨୧ ମସିହା ଜୁଲାଇ ୧୬ରେ ସୁଭାଷ ବୋଷ କେମ୍ବ୍ରିଜ ପରିତ୍ୟାଗକରି ବମ୍ବେ ଆସିଥିଲେ । ସେ ଯେଉଁ ଜାହାଜରେ ଆସୁଥିଲେ ସେ ଜାହାଜରେ ରବିନ୍ଦ୍ରନାଥ ଟାଗୋର ମଧ୍ୟ ଭାରତ ଆସୁଥିଲେ । ତାଙ୍କ ସହ ଅଲୋଚନା କରି ସେ ଜାଣିଥିଲେ ଯେ ନିଜେ ରବିନ୍ଦ୍ରନାଥ ଗାନ୍ଧିଜୀଙ୍କର ଆନ୍ଦୋଳନ ପ୍ରତ୍ୟାହାର ନୀତିକୁ ସମର୍ଥନ କରୁଥିଲେ । ସେ ବମ୍ବେରୁ ଓହ୍ଲାଇ ମହାତ୍ମାଗାନ୍ଧୀଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ । ସେତେବେଳେ ଗାନ୍ଧିଜୀ ଥିଲେ ବାସ୍ତବରେ କଂଗେସର ଅପ୍ରତିଦ୍ୱନ୍ଦୀ ଓ କର୍ଣ୍ଣଧାର ମାତ୍ର ୧୯୧୪ ମସିହାରେ ଭାରତକୁ ଫେରି ଆସିବା ସମୟରେ ଦକ୍ଷିଣ ଆଫ୍ରିକାରେ ପାର୍ଲିଆମେଣ୍ଟ ବିରୁଦ୍ଧରେ ଭାରତୀୟମାନଙ୍କ ଅଧୀକାରର ସୁରକ୍ଷା ଆଣିବା ନିମନ୍ତେ ସତ୍ୟାଗ୍ରହଦ୍ୱାରା ସଫଳ ହୋଇଥିଲେ ।

ସେତେବେଳେ ଗାନ୍ଧିଜୀ ବମ୍ବେର ମଣିଭବନରେ ବସ କରିଥିଲେ । ସେଠାରେ ସେ ସ୍ୱାଧୀନତା ସଂଗ୍ରାମର ପରିକଳ୍ପନା କଣ ଏବଂ ରୂପାୟନ ସଂପର୍କରେ ସ୍ପଷ୍ଟ ଧାରଣ କଣ ତାହା ଜାଣିବାକୁ ପାଇଲେ । ସେ ଗାନ୍ଧିଜୀଙ୍କୁ ପଚାରିଥିଲେ ଯେ, କାହିଁକି ବିଦେଶୀ ଅମଲାତନ୍ତ୍ରମାନଙ୍କ ଠାରୁ କ୍ଷମତା ଛଡାଇନେବାକୁ ଚାହୁଁଛନ୍ତି। ସୁଭାଷଙ୍କର ଆଉଗୋଟିଏ ପ୍ରଶ୍ନ ଥିଲା ଗୋଟିଏ ବର୍ଷ ମଧ୍ୟରେ କେଉଁ ପ୍ରକାର ଉପାୟକୁ ଅବଲମ୍ବନ କରି ଭାରତ ସ୍ୱାଧିନତା ପାଇବ ? ଗାନ୍ଧିଜୀ ସ୍ପଷ୍ଟ ଭାବରେ ଉତ୍ତର ଦେଇଥିଲେ ଏହା ଅସମ୍ଭବ । ସେଠାରେ ସେ ଅନେକ ପ୍ରଶ୍ନ ପଚାରିଥିଲେ ମଧ୍ୟ ତାହର ସନ୍ତୋଷ ଜନକ ଉତ୍ତର ପାଇ ପାରିନଥିଲେ । ଗାନ୍ଧିଜୀ କହିଥିଲେ ତୁମେ ଚିତ୍ତରଞ୍ଜନଙ୍କୁ ସାକ୍ଷତ କରି ତାଙ୍କ ପରାମର୍ଶ ଅନୁସାରେ କାର୍ଯ୍ୟ କର । ଏହ ପରେ ସେ କଲିକତାର ରସାରୋଡ଼ରେ ଯାଇ ଚିତ୍ତରଞ୍ଜନଙ୍କ ବାସଗୃହରେ ସାକ୍ଷାତ କଲେ । ଏହା ଥିଲା ତାଙ୍କର ଚିତ୍ତରଞ୍ଜନଙ୍କ ସହ ପ୍ରଥମ ସାକ୍ଷାତ । ଏହା ପରେ ଉଭୟଙ୍କ ବିରାଟ ଓ ମହତ ତ୍ୟାଗ ନିଷ୍ପତ୍ତିର ମିଶ୍ରଣଦ୍ୱାରା ସ୍ୱାଧୀନତା ସଂଗ୍ରାମର ରାଜନୈତିକ ଇତିହାସ ମଧ୍ୟମ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିପାରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking