19.1 C
Bhubaneswar
Friday, February 6, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ 'ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି 'ର ସଦସ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ‘ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ‘ର ସଦସ୍ୟ

ଭୁବନେଶ୍ୱର : ବିଶିଷ୍ଟ ଜନନାୟକ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତିରେ ଗଠିତ ‘ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି’ର ସଦସ୍ୟ ଗଣ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।ଏହି ଅବସରରେ ସେମାନେ ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତି ରକ୍ଷା ବିଷୟରେ ଆଲୋଚନା କରିଛନ୍ତି। ସ୍ବର୍ଗତ ପଟ୍ଟନାୟକଙ୍କ ସ୍ମୃତିରେ ଏକ ପ୍ରତିମୂର୍ତ୍ତି ନିର୍ମାଣ କରାଯିବା ସହିତ ତାଙ୍କ ନାମରେ ଏକ ସଡ଼କକୁ ନାମିତ କରିବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ। ଏହିସବୁ ପ୍ରସ୍ତାବ ଗୁଡିକୁ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିଲେ। ଏହି କମିଟିର ସଦସ୍ୟ ଭାବେ ଶ୍ରୀ ପୃଥ୍ଵୀ ବଲ୍ଲଭ ପଟ୍ଟନାୟକ, ଶ୍ରୀ ଆର୍ଯ୍ୟ କୁମତ ଜ୍ଞାନେନ୍ଦ୍ର, ଶ୍ରୀ ଯଜ୍ଞେଶ୍ଵର ବାବୁ, ଶ୍ରୀ ଅନନ୍ତ ସେଠୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking