27.1 C
Bhubaneswar
Thursday, May 22, 2025
Homeଓଡିଶାଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟରେ ବଦଳିଛି ପାଣିପାଗ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି । ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking