ଭୁବନେଶ୍ୱର: ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ରେଳ କାମ । ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ସୂଚନା । ଭୂମି ଠାରୁ ୧୩ ମିଟର ଉଚ୍ଚରେ ଯିବ ମେଟ୍ରୋ ଟ୍ରେନ । ରାଜମହଲ , ଜୟଦେବବିହାର ଓ ବରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ ଟ୍ରେନ । ୩ କୋଚ ବିଶିଷ୍ଟ ୧୩ ଟି ମେଟ୍ରୋ ଟ୍ରେନ କିଣିବାକୁ ଯୋଜନା । ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା । ୫୦/ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବରେ ପରୀକ୍ଷା ହେଉଛି । ମାଟି ପରୀକ୍ଷା ସରିବା ପରେ ଆରମ୍ଭ ହେବ ଫାଉଣ୍ଡେସନ କାମ ।