26.1 C
Bhubaneswar
Friday, March 6, 2026
Homeଓଡିଶାନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ବର: ରାଜ୍ୟ ସରକାର ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବେ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ମଧ୍ୟାହ୍‌ଣ ଭୋଜନରେ ଏହି ୨ଟି ଶ୍ରେଣୀର ପିଲାଙ୍କୁ ଅଣ୍ଡା ବି ଦିଆଯିବ। ଏହା ସହ ସପ୍ତାହକୁ ୩ଟି ଲଡୁ ମଧ୍ୟ ମିଳିବ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀଙ୍କ ପୋଷଣ ଯୋଜନାରେ ବଜେଟରୁ ଏହି ଟଙ୍କା ଖର୍ଚ୍ଚ ହେବ। ୨୦୨୫-୨୬ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। ପୂର୍ବରୁ ଜାରି କରିଥିବା ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗ ଏହି ସୂଚନା ଦେଇଛି। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ସେହିପରି ମଙ୍ଗଳବାର, ଗୁରୁବାର ଓ ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହି ଖାଦ୍ୟ ମିଳିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking