28.1 C
Bhubaneswar
Sunday, June 16, 2024
Homeଓଡିଶାମଧ୍ୟବିତ୍ତ ବର୍ଗଙ୍କୁ ବିଏସକେୱାଇରେ ସାମିଲ କରାଯିବ : ପାଣ୍ଡିଆନ

ମଧ୍ୟବିତ୍ତ ବର୍ଗଙ୍କୁ ବିଏସକେୱାଇରେ ସାମିଲ କରାଯିବ : ପାଣ୍ଡିଆନ

ନୟାଗଡ଼ : ନୟାଗଡରେ ୫ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍ ଦେବାକୁ ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରୁ ନିବେଦନ କଲେ ପାଣ୍ଡିଆନ । ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ, ବିରୋଧୀ ଦଳ କେବେହେଲେ ବିକାଶ ଚାହାନ୍ତି ନାହିଁ, କାମ କରିବାକୁ ଦେବେ ନାହିଁ ବୋଲି କହି ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ପାଣ୍ଡିଆନ । ରେଳଲାଇନ ହୋଇଗଲା ବର୍ତ୍ତମାନ ନୟାଗଡ଼ ଶିଳ୍ପସମୃଦ୍ଧ ହେବ, ଯୁବପିଢ଼ି ରୋଜଗାର ପାଇବେ, ସଶକ୍ତ ହେବେ । ମୁଖ୍ୟମନ୍ତ୍ରୀ ୨୦୨୪ ନିର୍ବାଚନୀ ଇସ୍ତାହାରରେ ମଧ୍ୟବିତ୍ତ ବର୍ଗଙ୍କ ଉନ୍ନତି ପାଇଁ ବହୁତ କିଛି ଯୋଜନା କରିଛନ୍ତି । ଆଜି ପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳ ମଧ୍ୟବିତ୍ତ ବର୍ଗଙ୍କ ଉନ୍ନତି ପାଇଁ କିଛି କରିନାହାନ୍ତି କହି ବିରୋଧୀଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ । ଆପଣମାନଙ୍କୁ ନେଇ ନୂଆ ଓଡ଼ିଶା ଗଠନ ଲକ୍ଷ୍ୟରେ ଏହା କରାଯାଇଛି । ସମସ୍ତ ମଧ୍ୟବିତ୍ତ ବର୍ଗଙ୍କୁ ବିଏସକେୱାଇରେ ସାମିଲ କରାଯିବ । ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାଉସିଙ୍ଗ ଲୋନ ପାଇଁ ସୁଧହାର କମ୍‍ ରହିବ । ଶିକ୍ଷା ଋଣରେ ମଧ୍ୟ ସୁଧହାର କମ୍‍ ରହିବ ।
ନୂଆ-ଓ ସ୍କଲାରସିପ୍‍ ଜରିଆରେ କଲେଜ ପୁଅମାନଙ୍କ ପାଇଁ ୧୨ ହଜାର ଓ ଝିଅମାନଙ୍କ ପାଇଁ ୧୪ ହଜାର ଟଙ୍କାର ବ୍ୟବସ୍ଥା । ଏଭଳି ପଦକ୍ଷେପ କୌଣସି ରାଜ୍ୟ ନେଇନାହାନ୍ତି, ଏହା କେବଳ ବିଜୁ ଜନତା ଦଳ ଓ ନବୀନ ପଟ୍ଟନାୟକ କରିଛନ୍ତି । କଣ୍ଟିଲୋ ନୀଳମାଧବ ମନ୍ଦିର ରୂପାନ୍ତରଣ, ଜଳସେଚନ ପାଇଁ କୁସୁମୀ ଓ ବୃତଙ୍ଗ ଜଳସେଚନ ପ୍ରକଳ୍ପ ମୁଖ୍ୟମନ୍ତ୍ରୀ ନୟାଗଡ଼ ପାଇଁ କରିଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking