ଭୁବନେଶ୍ୱର , : ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ
ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ
ପରିଷଦ(ଆଇସିଏଆର୍)ର ମହା ନିର୍ଦ୍ଦେଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତ୍ରିଲୋଚନ
ମହାପାତ୍ର ।
ଏହି ମହାମାରୀ ନିଜ କାର୍ଯ୍ୟରେ ବ୍ୟସ୍ତ ରହୁଥିବା କୃଷକମାନଙ୍କ କାର୍ଯ୍ୟକୁ ବନ୍ଦ କରିପାରି ନାହିଁ କିମ୍ବା ସେମାନଙ୍କର
କୃଷି ଉତ୍ପାଦନ କାର୍ଯ୍ୟରେ କୌଣସି ପ୍ରଭାବ ପକାଇ଼ ପାରି ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି
ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ର ିକଲ୍ଚରାଲ୍ ସାଇନ୍ସେସ୍ ପକ୍ଷରୁ ଆୟୋଜିତ ୩ ଦିନିଆ ଇଜାତୀୟ ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଡ. ମହାପାତ୍ର ଏହି ସୂଚନା ଦେଇଛନ୍ତି ।
କୃଷି କ୍ଷେତ୍ରରେ ବିଭିଧତା ଏକ ସଫଳ କୃଷି ଅର୍ଥନୀତିର ମାନଦଣ୍ଡ ବୋଲି କହିବା ସହ କୃଷି କ୍ଷେତ୍ରରେ
ଉତ୍ପାଦନକୁ ବୃଦ୍ଧି କରିବା ପାଇଁ ନୂତନ ବୈଜ୍ଞାନିକ ଜ୍ଞାନ କୌଶଳର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।
ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ପ୍ରମୁଖ ପରାମର୍ଶଦାତା ତଥା ଓଡ଼ିଶା କୃଷି
ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପୂର୍ବତନ କୁଳପତି ପ୍ରଫେସର ଡି.ପି. ରାୟ, ସୋଆର କୁଳପତି
ପ୍ରଫେସର ଅଶୋକ କୁମାର ମହାପାତ୍ର, ଆଇଏଏସ୍ର ଡିନ୍ (ପିଜି) ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଡିନ୍
ପ୍ରଫେସର ବିଜୟ କୁମାର ସାହୁ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ ।
ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ପ୍ରଫେସର ବିବୁଧ ପରାସର ।