32.8 C
Bhubaneswar
Tuesday, April 16, 2024
Homeଓଡିଶାବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ମୃତ୍ୟୁ

ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର : ବ୍ରହ୍ମପୁରର ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ହୋଇଛି । ପୁଅର ଗିରଫଦାରୀକୁ ବିରୋଧ କରି ବ୍ରହ୍ମପୁର ଏସପି ଅଫିସ୍ ସାମ୍ନାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ମିନାକ୍ଷୀ ମିଶ୍ରଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଗତ ୧୨ ତାରିଖରେ ବ୍ରହ୍ମପୁର ଏସପିଙ୍କ ଅଫିସ ସାମ୍ନାରେ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଥିଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଶରୀରର ୯୫ % ପୋଡ଼ି ଯାଇଥିଲା ।
ସୂଚନା ଅନୁଯାୟୀ , ଗତ ମାସ ୨୮ତାରିଖ ଦିନ ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଉଦ୍ୟମ ଘଟଣା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି କରିଥିଲା । ସେ ନିଜ ଦେହରେ କରାସିନି ଢାଳି ଆତ୍ମହତ୍ୟା ଲାଗି ଉଦ୍ୟମ କରିଥିଲେ । ମୀନାକ୍ଷୀଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକର ଏସସିବିରେ ତାଙ୍କର ଚିକିତ୍ସା କରାଯାଉଥିଲା । ପରେ ଗତ ୧୪ ତାରିଖରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଥିଲା । ତାଙ୍କ ଶରୀରର ପାଖାପାଖି ୯୫ପ୍ରତିଶତ ପୋଡ଼ିଯାଇଥିଲା ଓ ସେ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିଲେ ।
ଏଣେ ଆଜି ବିଜେଡି ଜିଲ୍ଲା ମହିଳା ସଭାନେତ୍ରୀ ସଂଘମିତ୍ରା ଦଳାଇଙ୍କ ନେତୃତ୍ବରେ ଏକ ପ୍ରତିନିଧିଦଳ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କୁ ସାକ୍ଷାତ କରିଥିଲେ । ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ବ ଦେଉଛନ୍ତି । ଅଥଚ ଏସ୍ପିଙ୍କ କାର‌୍ୟ୍ୟାଳୟ ପରିସରରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କଲେ । ମୀନାକ୍ଷୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଯେଉଁମାନେ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ଦାୟୀ ସେମାନଙ୍କ ବିରୋଧରେ ଆଇନଗତ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ମହିଳା ବିଜେଡି ଦାବି କରିଥିଲା ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking