ଦିଗପହଣ୍ଡି: ଚିକିଟି ମୁଖ୍ୟ ଝାଟିପିଟିଆ ନିକଟରେ ଭୟଙ୍କର ସଡକ ଦୁର୍ଘଟଣା । ମିନି ବସ୍ ଏବଂ ଶୁଖୁଆ ବୋଝେଇ ପିକଅପ୍ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଛନ୍ତି । ଘଟଣା ପରେ ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଛି । ଗୁରୁତର ୬ ଜଣ ବ୍ରହ୍ମପୁର ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।










