29.1 C
Bhubaneswar
Sunday, November 17, 2024
Homeଓଡିଶାବେଲ୍‌ଜିୟମରେ ମନ୍ତ୍ରୀ ଅତନୁ; ପ୍ରବାସୀ ଓଡ଼ିଆଙ୍କ ସମ୍ମିଳନୀରେ ଯୋଗଦେଲେ

ବେଲ୍‌ଜିୟମରେ ମନ୍ତ୍ରୀ ଅତନୁ; ପ୍ରବାସୀ ଓଡ଼ିଆଙ୍କ ସମ୍ମିଳନୀରେ ଯୋଗଦେଲେ

ଭୁବନେଶ୍ୱର: ବେଲଜିୟମ ଗସ୍ତରେ ଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୁକ୍ରବାର ସେଠାରେ ପ୍ରବାସୀ ଓଡ଼ିଅଙ୍କ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗ ଦେଇଛନ୍ତି । ସେଠାକାର ବ୍ରୁସଲେସ ସହରର ସିଟି ସେଣ୍ଟର ଠାରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନାୟକ ଯୋଗଦେଇ ବେଲଜିୟମରେ ଥାଇ ପ୍ରବାସୀ ଓଡ଼ିଆମାନେ ଜନ୍ମମାଟି ପ୍ରତି ଆବେଗ ରଖିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ନାୟକ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାର ସାମଗ୍ରିକ ବିକାଶ ଆଜି ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ପରଚିତ କରାଇପାରିଛି । ଏ କ୍ଷେତ୍ରରେ ପ୍ରବାସୀ ଓଡିଆମାନଙ୍କର ମଧ୍ୟ ବଡ଼ ଅବଦାନ ରହିଛି ।

ଏଥି ସହିତ ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଓଡ଼ିଶା ସରକାର ଗ୍ରହଣ କରିଥିବା ସ୍ୱତନ୍ତ୍ର ପଦକ୍ଷେପ, ଓଡିଶା ମୋ ପରିବାର ଏବଂ ମିଶନଶକ୍ତିର ସଫଳତା ଆଦି ସମ୍ପର୍କରେ ମନ୍ତ୍ରୀ ଶ୍ରୀ ନାୟକ ସୂଚନା ଦେଇଥିଲେ । ବିଦେଶରେ ରହୁଥିବା ପ୍ରବାସୀ ଓଡିଆମାନେ ଓଡିଶାର ଏହି ବିକାଶ ଧାରାରେ ନିଜକୁ ସାମିଲ କରିବାପାଇଁ ମନ୍ତ୍ରୀ ସେମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ବେଲଜିୟମ ସ୍ଥିତ ପ୍ରବାସୀ ଓଡିଆମାନଙ୍କ ତରଫରୁ ମନ୍ତ୍ରୀ ଶ୍ରୀ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ମନ୍ତ୍ରୀ ଶ୍ରୀ ନାୟକଙ୍କ ସହିତ ବେଲଜିୟମ ଗସ୍ତରେ ଥିବା ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଟି.ପ୍ରସାଦ ରାଓ ଦୋରା ଏବଂ ପରିଚାଳନା ନିର୍ଦ୍ଦେଶକ ଉଦ୍ଧବ ଚନ୍ଦ୍ର ମାଝି ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପ୍ରବାସୀ ଓଡ଼ିଆଙ୍କ ପକ୍ଷରୁ ଆୟୋଜିତ ସମ୍ମିଳନୀକୁ ସଞ୍ଜୟ ପରିଡ଼ା, ରଞ୍ଜିତ ପାଇକରାୟ, ରାମ କୁମାର ରଣା ଯାଦବ, ଅଂଶୁମାନ ତ୍ରିପାଠୀ ଏବଂ ନେଦରଲ୍ୟାଣ୍ଡର ଦୀପକ ପରିଡା ପ୍ରମୁଖ ସଫଳତାର ସହ ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking