32.1 C
Bhubaneswar
Friday, May 3, 2024
Homeଓଡିଶାଦେଶରେ ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନରୁ ଗୋଟିଏ ଭୁବନେଶ୍ୱରରେ ପ୍ରତିଷ୍ଠା କରିବାକୁ ଅନୁରୋଧ...

ଦେଶରେ ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନରୁ ଗୋଟିଏ ଭୁବନେଶ୍ୱରରେ ପ୍ରତିଷ୍ଠା କରିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 ଭୌଗଳିକ ଅବସ୍ଥିତି ଏବଂ ଦକ୍ଷପୂର୍ଣ୍ଣ ମାନବସମ୍ବଳ ଦୃଷ୍ଟିକୋଣରୁ ଭୁବନେଶ୍ୱରରେ ଏହି ସଂସ୍ଥାନ ପ୍ରତିଷ୍ଠା
କରିବା ପାଇଁ ଅନୁରୋଧ
 ପ୍ରସ୍ତାବିତ ସଂସ୍ଥାନ ଭୁବନେଶ୍ୱରରେ ପ୍ରତିଷ୍ଠା ହେଲେ ପୂର୍ବ, ଦକ୍ଷିଣ-ପୂର୍ବ ଏବଂ ଭାରତର କେନ୍ଦ୍ରାଂଚଳ
ରାଜ୍ୟ ଗୁଡିକର ଆବଶ୍ୟକତାକୁ ପୂରଣ କରିବ
 କରୋନା ଭାଇରସ ବିରୋଧୀ ମୁକାବିଲାରେ ଭାରତର ସଫଳ ପରିଚାଳନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ
କୃତଜ୍ଞତା ଜଣାଇଲେ
ନୂଆଦିଲ୍ଲୀ/ଭୁବନେଶ୍ୱର:ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନଆଇଭି) ପ୍ରତିଷ୍ଠା
କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଥିବା ବେଳେ ଏଥିମଧ୍ୟରୁ ଗୋଟିଏ ସଂସ୍ଥାନ
ଭୁବନେଶ୍ୱର ଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି
ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶର ଆୟୁର୍ବିଜ୍ଞାନ ଏବଂ ବିକାଶ ସଂସ୍ଥାନ ଯଥା ପୁନେ
ସ୍ଥିତ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ କରୋନା ମହାମାରୀ ସହ ଲଢିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ।
ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଏହିପରି ଭୂତାଣୁ ଉତ୍ପନ୍ନ ହେବାର ସମ୍ଭାବନା ରହିଛି । ତେଣୁ ମାନବ
ସମାଜକୁ ପ୍ରଭାବିତ କରୁଥିବା କରୋନା ମହାମାରୀ ଭଳି ଭୂତାଣୁ ଗୁଡିକ ସହ ଲଢିବା ପାଇଁ ପଦକ୍ଷେପ ସ୍ୱରୂପ
ଚଳିତ ସାଧାରଣ ବଜେଟରେ ଦେଶରେ ଅତିରିକ୍ତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ପ୍ରତିଷ୍ଠା କରିବା ପାଇଁ
ଘୋଷଣା କରାଯାଇଛି ।
ପୂର୍ବ ଭାରତରେ ଆୟୁର୍ବିଜ୍ଞାନ ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ଭୁବନେଶ୍ୱର ଏକ ପ୍ରମୁଖ ସହର ଭାବରେ ଉଭା
ହୋଇଛି । ଭୁବନେଶ୍ୱରରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ), ଜୀବ ବିଜ୍ଞାନ ସଂସ୍ଥାନ(ଆଇଏଲଏସ),
ଆଇସିଏମଆର-ଆଂଚଳିକ ଆୟୁର୍ବିଜ୍ଞାନ ଗବେଷଣା କେନ୍ଦ୍ର ଏବଂ ଇଂଟରନ୍ୟାସନାଲ ସେଂଟର ଫର୍ ଫୁଟ୍ ଏଣ୍ଡ
ମାଉଥ୍ ଡିଜିଜ୍‌(ଆଇସିଏଆର-ଆଇସିଏଫଏମଡି) ଭଳି ବିଶ୍ୱସ୍ତରୀୟ କେନ୍ଦ୍ର ଗୁଡିକ ରହିଛି ।
ତେଣୁ ଭୌଗଳିକ ଅବସ୍ଥିତି ଏବଂ ଦକ୍ଷପୂର୍ଣ୍ଣ ମାନବସମ୍ବଳ ଦୃଷ୍ଟିକୋଣରୁ ଭୁବନେଶ୍ୱର ପ୍ରସ୍ତାବିତ ୪ଟି ଜାତୀୟ
ଭୂତାଣୁ ବିଜ୍ଞାନ ସଂସ୍ଥାନ ମଧ୍ୟରୁ ଗୋଟିଏ ପ୍ରତିଷ୍ଠା ହେବାର କ୍ଷମତା ରଖିଛି । ଭୁବନେଶ୍ୱରରେ ଏହି ସଂସ୍ଥାନ ପ୍ରତିଷ୍ଠା
ହେଲେ ଗବେଷଣା ଓ ବିକାଶ କେନ୍ଦ୍ରକୁ ସହଯୋଗୀ ହେବ ଏବଂ ମିଳିତ ଭାବରେ ଗବେଷଣା କରାଯାଇପାରିବ ।
ଏହାସହ ଏହି ସଂସ୍ଥାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ମିଶନ ପରିକଳ୍ପନାର ଅଂଶବିଶେଷ ହେବା ସହ
ପୂର୍ବ, ଦକ୍ଷିଣ-ପୂର୍ବ ଏବଂ ଭାରତର କେନ୍ଦ୍ରାଂଚଳ ରାଜ୍ୟ ଗୁଡିକର ଆବଶ୍ୟକତାକୁ ପୂରଣ କରିପାରିବ ବୋଲି ଶ୍ରୀ
ପ୍ରଧାନ ପତ୍ରରେ ଉଲ୍ଲେଖ କହିଛନ୍ତି ।
ସେହିପରି କରୋନା ଭାଇରସ ବିରୋଧୀ ମୁକାବିଲାରେ ଭାରତର ସଫଳ ପରିଚାଳନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ
ଡା. ହର୍ଷବର୍ଦ୍ଧନଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ କେବଳ
କରୋନା ମହାମାରୀ ସଂକଟରୁ ମୁକ୍ତ ହୋଇନାହିଁ ବରଂ ବିଶ୍ୱର କୋଣ ଅନୁକୋଣକୁ ମଧ୍ୟ ଟିକା ରପ୍ତାନୀ କରିଛି ।
ତେଣୁ ଉପରୋକ୍ତ ତଥ୍ୟ ଆଧାରରେ କେନ୍ଦ୍ରମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଦେଶରେ ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁ
ବିଜ୍ଞାନ ସଂସ୍ଥାନ ମଧ୍ୟରୁ ଗୋଟିଏ ଭୁବନେଶ୍ୱର ଠାରେ ପ୍ରତିଷ୍ଠା କରିବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking