30.1 C
Bhubaneswar
Wednesday, April 24, 2024
Homeଦେଶ ବିଦେଶମୋଦି ସରକାରଙ୍କ ପଦକ୍ଷେପ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ କରିବ – ଧର୍ମେନ୍ଦ୍ର ପ୍ରଧାନ

ମୋଦି ସରକାରଙ୍କ ପଦକ୍ଷେପ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ କରିବ – ଧର୍ମେନ୍ଦ୍ର ପ୍ରଧାନ

– ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ କୃଷି ମନ୍ତ୍ରୀ ଏନ.ସିଂ ତୋମାରଙ୍କୁ
ଧନ୍ୟବାଦ ଦେଲେ
– କୃଷି କ୍ଷେତ୍ରରେ ବ୍ୟାପକ ସଂସ୍କାର ଗ୍ରାମୀଣ ଅର୍ଥନୀତିକୁ ନୂଆ ରୂପ ଦେବ ଏବଂ ଏକବିଂଶ ଶତାବ୍ଦୀର
ଆକାଂକ୍ଷାକୁ ପୂରଣ କରିବ
– ଗ୍ରାମାଞ୍ଚଳରେ ବ୍ୟାପକ ନିଯୁକ୍ତି ସୃଷ୍ଟି ହେବ ଓ କୃଷି କ୍ଷେତ୍ରରେ ଅଧିକ ଆତ୍ମନିର୍ଭର ହେବ ଭାରତ
ନୂଆଦିଲ୍ଲୀ/ଭୁବନେଶ୍ୱର,  – ଦେଶର ୮.୫ କୋଟିରୁ ଉର୍ଦ୍ଧ୍ୱ ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ
କିଷାନ ଯୋଜନା ଅଧୀନରେ ଆର୍ôଥକ ସହାୟତାର ଷଷ୍ଠ କିସ୍ତି ଜାରି କରିଥିବାରୁ ଏବଂ କୃଷି ଭିତ୍ତିଭୂମି
ପାଣ୍ଠି ଅଧୀନରେ ୧ ଲକ୍ଷ କୋଟିର ଆର୍ôଥକ ସୁବିଧା ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ
ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ୍ ଜରିଆରେ କହିଛନ୍ତି ଏହି ସହଯୋଗୀ ପଦକ୍ଷେପମାନ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ
କରିବାରେ ସହାୟକ ହେବ, ଚାଷୀଭାଇ ମାନଙ୍କୁ ଆର୍ôଥକ ସହାୟତା ପ୍ରଦାନ କରିବ ଏବଂ ନୂଆ ଓ
ଆଗାମୀ ପିଢିର ଟେକ୍ନୋଲୋଜି, ଭିତ୍ତିଭୂମି ଓ ଆଧୁନିକ କୃଷି ପ୍ରଣାଳି ମାଧ୍ୟମରେ କୃଷିଭିତ୍ତିକ ଶିଳ୍ପକୁ
ଆଗେଇ ନେବାରେ ସାହାଯ୍ୟ କରିବ ।
ମୋଦି ସରକାରରେ କୃଷି କ୍ଷେତ୍ରରେ ନିଆଯାଇଥିବା ଗଠନମୂଳକ ଏବଂ ନୀତି ସଂସ୍କାର ଗ୍ରାମୀଣ
ଅର୍ଥନୀତିକୁ ନୂଆ ରୂପ ଦେବ ଏବଂ ଏକବିଂଶ ଶତାବ୍ଦୀର ଆକାଂକ୍ଷାକୁ ପୂରଣ କରିବ । ଏହାସହ
ଗ୍ରାମାଞ୍ଚଳରେ ବ୍ୟାପକ ନିଯୁକ୍ତି ସୃଷ୍ଟି କରିବ ଓ କୃଷି କ୍ଷେତ୍ରରେ ଭାରତକୁ ଅଧିକ ଆତ୍ମନିର୍ଭର କରିବାରେ
ସାହାଯ୍ୟ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking