18.1 C
Bhubaneswar
Saturday, November 23, 2024
Homeଓଡିଶାକାର୍ତ୍ତିକ ମାସରେ କୋଭିଡ୍ କଟକଣାକୁ ମାନି ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ...

କାର୍ତ୍ତିକ ମାସରେ କୋଭିଡ୍ କଟକଣାକୁ ମାନି ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଖୋଲାଯାଉ-ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟ ସରକାରଙ୍କୁ ଟ୍ୱିଟ୍ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ

: କୋଭିଡ୍ ନିୟମ ପାଳନ କରିବାର ସମସ୍ତ ପ୍ରସ୍ତୁତି ସହ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉପରେ ଧ୍ୟାନ ଦେବାକୁ ଅନୁରୋଧ
: ଭାରତବର୍ଷରେ କୋଭିଡ୍ କଟକଣାକୁ ମାନି ଅନେକ ମନ୍ଦିର ଖୋଲାଗଲାଣି
: ପବିତ୍ର କାର୍ତ୍ତିକ ମାସ ଆଧ୍ୟାତ୍ମିକ ମାସ ଭାବରେ ସାରା ଓଡ଼ିଶାବାସୀଙ୍କ ପାଖରେ ବେଶ୍ ଆଦୃତ
: କାର୍ତ୍ତିକ ମାସରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶ୍ରୀକ୍ଷେତ୍ରରେ ଦର୍ଶନ ପାଇଁ ଭକ୍ତମାନେ ଅପେକ୍ଷାରତ ଥା’ନ୍ତି

ଭୁବନେଶ୍ୱର : ଚଳିତ ପବିତ୍ର କାର୍ତ୍ତିକ ମାସରେ କୋଭିଡ୍ କଟକଣାକୁ ମାନି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ନିୟନ୍ତ୍ରିତ ଢ଼ଙ୍ଗରେ ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ଟ୍ୱିଟ୍ ମାଧ୍ୟମରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପବିତ୍ର କାର୍ତ୍ତିକ ମାସ ଆଧ୍ୟାତ୍ମିକ ମାସ ଭାବରେ ସାରା ଓଡ଼ିଶାବାସୀଙ୍କ
ପାଖରେ ବେଶ୍ ଆଦୃତ । କାର୍ତ୍ତିକ ମାସରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶ୍ରୀକ୍ଷେତ୍ରରେ ଦର୍ଶନ ପାଇଁ
ଭକ୍ତମାନେ ଅପେକ୍ଷାରତ ଥା’ନ୍ତି । ଇତିମଧ୍ୟରେ ଭାରତବର୍ଷରେ କୋଭିଡ୍ କଟକଣାକୁ ମାନି ଅନେକ
ମନ୍ଦିର ଖୋଲାଗଲାଣି ।
ଲୋକ ମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇ ଏହି କାର୍ତ୍ତିକ ମାସରେ ଅନ୍ୟ ରାଜ୍ୟମାନଙ୍କ
ପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ନିୟନ୍ତ୍ରିତ
ଢ଼ଙ୍ଗରେ ଭକ୍ତ ମାନଙ୍କ ପାଇଁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି ।
ରାଜ୍ୟ ସରକାର ଶ୍ରୀମନ୍ଦିର ସମେତ ଓଡ଼ିଶାର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଗୁଡ଼ିକରେ କୋଭିଡ୍ ନିୟମ
ପାଳନ କରିବାର ସମସ୍ତ ପ୍ରସ୍ତୁତି ସହ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉପରେ ଧ୍ୟାନ ଦେବାକୁ ଶ୍ରୀ
ପ୍ରଧାନ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking