28.1 C
Bhubaneswar
Saturday, April 27, 2024
Homeଓଡିଶାଅନୁଗୁଳ ନାଲକୋ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି କରାଯାଉ -...

ଅନୁଗୁଳ ନାଲକୋ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି କରାଯାଉ – ଧର୍ମେନ୍ଦ୍ର ପ୍ରଧାନ

 ନାଲକୋ ଆରମ୍ଭ କରୁଥିବା ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ମୂଲ୍ୟ ରହିଛି ୨୨
ହଜାର କୋଟି
 ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ
ପ୍ରସ୍ତାବ
 ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍ ଦକ୍ଷତା ଦ୍ୱାରା ଉପକୃତ ହେବ
 ଅନୁଗୁଳରେ ନାଲକୋ ଦ୍ୱାରା ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ
ଆରମ୍ଭ ହୋଇଛି
 ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୧୦.୫ ମିଲିୟନ
ଟନକୁ ବୃଦ୍ଧି ପାଇବ
ନୂଆଦିଲ୍ଲୀ/ଭୁବନେଶ୍ୱର :ଅନୁଗୁଳ ଜିଲ୍ଲା ସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନି
(ନାଲକୋ) ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ
ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ
ଆଲୋଚନା କରିବା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ପ୍ରଧାନ । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ
(ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି ।
ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଏହାର ଉତ୍ପାଦନ କ୍ଷମତା
ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଓଡିଶାର ଅନୁଗୁଳ ଜିଲ୍ଲାରେ
ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି
ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର
ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି ।
ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ
କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା
ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ
ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି । ସୂଚନାଯୋଗ୍ୟ ଯେ
ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର
ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିପିପିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ ।
ଏହି ପରିପ୍ରେକ୍ଷୀରେ ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲା ସ୍ଥିତ
ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ
ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେହିପରି
ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ
ପତ୍ରରେ ପ୍ରସ୍ତାବ ଦେଇଛନ୍ତି ଶ୍ରୀ ପ୍ରଧାନ । ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍‌
ଦକ୍ଷତା ଦ୍ୱାରା ଉପକୃତ ହେବ ବୋଲି ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking