34.1 C
Bhubaneswar
Friday, March 29, 2024
Homeଓଡିଶାମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲା : କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲା : କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡା: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ତେବେ ଚାର୍ଜସିଟରେ କଣ ଉଲ୍ଲେଖ ରହିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ମୋଟ ୫୪୩ ପୃଷ୍ଟାର ଚାର୍ଜସିଟ ଦାଖଲ ହୋଇଥିବା ସୁଚନା ମିଳିଛି । ହତ୍ୟାର ୧୧୮ ଦିନ ପରେ ଚାର୍ଜସିଟ ଦାଖଲ ହେଲା ।ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିଧାନସଭାରୁ ସଡକ ସବୁଠୁ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ ବିରୋଧୀ ।
ନବ ଦାସଙ୍କ ହତ୍ୟା ଘଟଣାର କିଛି ଘଣ୍ଟା ମଧ୍ୟରେ ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତ ପ୍ରକ୍ରିୟା ଆଗକୁ ବଢିଥିଲା । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତ ବଦଳରେ ସିବିଆଇ ତଦନ୍ତ ଦାବି କରିଥିଲେ ବିରୋଧୀ । କିନ୍ତୁ କ୍ରାଇମବ୍ରାଞ୍ଚ ହତ୍ୟା ଘଟଣାର ୧୨୦ ଦିନ ମଧ୍ୟରେ ହିଁ ଚାର୍ଜସିଟ୍ ଦାଖଲ କରିଛି । ତଦନ୍ତ ସମୟରେ ଅଭିଯୁକ୍ତ ଗୋପାଳର ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଏପରିକି ଏଲଭିଏ ଟେଷ୍ଟର ତର୍ଜମା ଦିଲ୍ଲୀରେ କରାଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଓ ପାରିପାଶ୍ୱିର୍କ ସ୍ଥିତିର ଅନୁଧ୍ୟାନ ପରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking